ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୯୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୯,୪୯୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୯୦ ଜଣଙ୍କର ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୬୨,୪୨୦ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୬୨,୪୨୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୭,୩୧,୧୧,୬୯୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୨୦,୦୩୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨୦,୦୩୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୫୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୨,୮୬,୭୧୦ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୫୪,୨୫୪ ଥିବା ବେଳେ ବର୍ତମାନ ସୁଦ୍ଧା ୧,୪୮,୯୯୪ଜଣ ମୃତ୍ୟୁ ବରଣ କରିଛନ୍ତି ।