ଆଜି ଚିହ୍ନଟ ହୋଇଥିବା ୨୪୫ ଜଣଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୮-୨୮ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୬ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨୫ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧୬ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୪ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୧ ଜଣ, ଜଗତ୍ସିଂହପୁରରୁ ୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୧୭ ଜଣ, ଖୋର୍ଦ୍ଧାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ୧, ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ।
ମୟୂରଭଞ୍ଜରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧ ଜଣ ଓ ରାୟଗଡା ଜିଲ୍ଲାରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୮ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୬ଜଣ ଚିହ୍ନଟ ହୋଇଛନ୍ତି ।