ଆଜି ଚିହ୍ନଟ ହୋଇଥିବା ୨୫୧ ଜଣଙ୍କ ମଧ୍ୟରୁ ୧୪୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୩୫ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୧ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୩ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୪ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ଓ ଗଜପତି ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୩ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ଟିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ୫, ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ।
ମୟୂରଭଞ୍ଜରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୨ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୩୫ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ଜଣ ଚିହ୍ନଟ ହୋଇଛନ୍ତି ।