ଆଜି ଚିହ୍ନଟ ହୋଇଥିବା ୧୯୨ ଜଣଙ୍କ ମଧ୍ୟରୁ ୧୦୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୩ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୩ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀରରୁ ୧୭ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୧ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ ଟିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧, ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ।
ମୟୂରଭଞ୍ଜରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୩ ଜଣ ଓ ରାୟଗଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୬ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୩ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ଜଣ ଚିହ୍ନଟ ହୋଇଛନ୍ତି ।