
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୦ ଜଣଙ୍କୁ ଗିରଫ କରିଥିବା ବେଳେ ୪୭୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୦,୩୯,୦୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
କଟକରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୯୭ ଜଣଙ୍କ ଠାରୁ ଜୋରିମାନା
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୯୭ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୨୯ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୬୬୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO