
ଭୁବନେଶ୍ୱର, ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନ୍ୟାୟମୂର୍ତି ଏସ. ମୁରଲୀଧର ସୋମବାର ଦିନ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ରାଜଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସେ ଓଡ଼ିଶା ଏହି ଶପଥ ଗ୍ରହଣ ଉତ୍ସବରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ପୁଲିସ୍ ମହାନିର୍ଦ୍ଦେଶକ ଅଭୟ ଏବଂ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ନ୍ୟାୟମୂର୍ତି ଏସ.ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲିଜିୟମ ସୁପାରିସ କରିଥିଲା । ଏହାପରେ ଗତ ଡିସେମ୍ବର ୩୧ ତାରିଖରେ ତାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO