କଟକରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୧୧୫ ଜଣଙ୍କ ଠାରୁ ଜୋରିମାନା
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୧୫ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୨୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୬୭୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୩୭୧ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର– ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୩୭୧ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସେମାନଙ୍କ ଠାରୁ ୧,୯୧୭୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ବେଳେ ୩ ଜଣଙ୍କର ଡ୍ରାଇଭିଂଗ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।