ଆଜି ଚିହ୍ନଟ ହୋଇଥିବା ୧୯୮ ଜଣଙ୍କ ମଧ୍ୟରୁ ୧୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୩୪ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୩ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୪ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼, ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୩ ଜଣ, ଜଗତ୍ସିଂହପୁରରୁ ୪ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୪ ଜଣ ଟିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୯ ଜଣ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ୍ପୁଲ୍ରୁ ୪ ଜଣ ଚିହ୍ନଟ ହୋଇଛନ୍ତି ।