
ରାଉରକେଲା– ରାଉରକେଲା ଷ୍ଟିଲ୍ ପ୍ଲାଂଟରେ ଗ୍ୟାସ୍ ଲିକ୍ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଆଜି ପୂର୍ବାହ୍ନ ସାଢ଼େ ୯ଟା ସମୟରେ କୋଲ୍ କେମିକାଲ ଡିପାର୍ଟମେଂଟରେ ବିଷାକ୍ତ ଗ୍ୟାସ୍ ଲିକ୍ ହୋଇ ୧୦ ଜଣ ଠିକା ଶ୍ରମିକ ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇପଡିଥିଲେ । ୪ ଗୁରୁତରଙ୍କୁ ଆଇଜିଏଚରେ ଭର୍ତି କରାଯାଇଥିବା ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପ୍ରଥମେ ଡ଼ାକ୍ତର ମୃତ ଘୋଷଣା କରିଥିଲେ । ପରେ ଅନ୍ୟ ଦୁଇ ଜଣଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏଥିସହ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ରାଉରକେଲା ଇସ୍ପାତ କାରଖାନା ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି ।
ତେବେ ଗ୍ୟାସ୍ ଲିକ୍ ଓ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ଫ୍ୟାକ୍ଟ୍ରି ଓ ବ୍ରୟଲର୍ ବିଭାଗର କାର୍ଯ୍ୟଦକ୍ଷତା ପ୍ରତି ମଧ୍ୟ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।