
ଗଞ୍ଜାମ– ଚୋର ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାମ ଗଙ୍ଗା ତାଣ୍ଡି । ତାଙ୍କ ଘର ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ରାଣୀପଡ଼ା ଗ୍ରାମରେ । ଗଙ୍ଗାଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦାୟର୍ ହୋଇଛି । ପୋଲସରା ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଜାରୀ ରଖିଛି ।
ପ୍ରକାଶ ଥାଉ କି, ଗତକାଲି ରାତିରେ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସୁନାପଲ୍ଲୀ ଠାରେ ଚୋର ସନ୍ଦେହରେ ସ୍ଥାନୀୟ ଲୋକେ ତାଙ୍କୁ ନିସ୍ତୁକ ପିଟିଥିଲେ । ଗଙ୍ଗାକୁ ପୋଲିସ ଉଦ୍ଧାର କରିବା ସହ ପ୍ରାଥମିକ ଚିକିତ୍ସା ପରେ ଛାଡି ଦେଇଥିଲା । ଗତକାଲି ରାତିରେ ଘରେ ତାଙ୍କର ମୃତ୍ୟୁ ଘଟିଥିଲା । ପରେ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଥିବା ବେଳେ ସେଠାରେ ଡ଼ାକ୍ତର ମୃତ ଘାେଷଣା କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO