ଦିଲ୍ଲୀରେ ଗତ ୨୪ ଘଂଟାରେ କରୋନାର ୪୪୨ ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀ ଗତ ୨୪ ଘଂଟାରେ ୪୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଦିଲ୍ଲୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୭,୬୯୮ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧୦,୬୦୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୧୬୦ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୧୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୫୦,୧୭୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪୯,୭୫୯ଜଣ ମୃତ୍ୟୁବରଣ କରିଛନ୍ତି ।