କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୮,୦୮୮ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୦୮୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୬୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୭୪,୯୩୨ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୨୭,୫୪୬ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୦,୧୧୪ଜଣ ମୃତ୍ୟୁ ବରଣ କରିଛନ୍ତି ।
ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୪୧୭ ନୂଆ ମାମଲା
ହାଇଦ୍ରାବାଦ ,ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୪୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୧,୮୭୨ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧,୫୫୬ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।