

ଆଜି ଚିହ୍ନଟ ହୋଇଥିବା ୨୩୦ ଜଣଙ୍କ ମଧ୍ୟରୁ ୧୩୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୮ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳରୁ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୫ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୬ ଜଣ ଟିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ତଥା ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୦ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।