ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଧା ଓ ନୟାଗଡ ଜିଲ୍ଲାର ଜଣେ – ଜଣେ ରହିଥିବା ଜଣା ପଡିଛି । ଖୋର୍ଧା ଜିଲ୍ଲାର ଜଣେ ୮୩ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ନୟାଗଡ ଜିଲ୍ଲାର ଜଣେ ୩୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।
ଆଉ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୮୯୦ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।