ଆଜି ଚିହ୍ନଟ ହୋଇଥିବା ୨୪୫ ଜଣଙ୍କ ମଧ୍ୟରୁ ୧୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାରେ ସବୁଠାରୁ ଅଧିକ ୪୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୩, ବଲାଙ୍ଗୀରରୁ ୪୦ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗଜପତି ଓ ଗଂଜାମ ଜିଲ୍ଲା ଓ ଜଗତସିଂହପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୫ ଜଣ ଟିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ତଥା ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସେହିପରି ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୬ ଜଣ ଓ ରାୟଗଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟ୍ପୁଲ୍ରୁ ୫ ଜଣ ଚିହ୍ନଟ ହୋଇଛନ୍ତି ।