
ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପ୍ରସ୍ତୁତି ଓ ସର୍ବବାରତୀୟ ସ୍ତରରେ ହେଉଥିବା ପ୍ରତିଯୋଗୀତା ପାଇଁ ପିଲାଙ୍କୁ ପ୍ରସ୍ତୁତି କରିବା ପାଇଁ ସ୍କୁଲ ଖୋଲାଯିବ ।ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।
ସେହିପରି ଗାଇଡଲାଇନ୍ ମାନି ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବ । ଅଭିଭାବକଙ୍କ ଲିଖିତି ଅନୁମତି ପରେ ହଷ୍ଟେଲରେ ରହିହେବ । ଅନଲାଇନ ଶିକ୍ଷାର ସୁବିଧା ନଥିବା ପିଲାଙ୍କୁ ଅଗ୍ରାଧିକାର ମିଳିବ । ହଷ୍ଟେଲରେ ପ୍ରବେଶ ପୂର୍ବରୁ ପ୍ରତି ପିଲାଙ୍କ ସ୍କ୍ରିନିଂ କରାଯିବ । ଲକ୍ଷଣ ନଥିବା ପିଲାଙ୍କୁ ହିଁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ । ସମସ୍ତଙ୍କର ସାପ୍ତାହିକ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ । ଅନ୍ତେବାସୀ କୌଣସି ସଫେଇ କାମ କରିବେ ନାହିଁ । ପିଲାଙ୍କ ପାଇଁ ବାହାରୁ କୌଣସି ଖାଦ୍ୟ ଅର୍ଡର ହେବନି । ଉଷୁମ ଓ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।