
କେନ୍ଦୁଝର– କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଦର୍ଶାଇ ପାଟଣା ବ୍ଲକର ୪ଟି ହାଇସ୍କୁଲର ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସରକାରଙ୍କ ଗାଇଡ୍ ଲାଇନ୍ ଉଲ୍ଲଙ୍ଘନ ଯୋଗୁଁ ଏ ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି ।
ଅନ୍ୟପକ୍ଷରେ ଶିକ୍ଷା ବିଭାଗର ଏ ପ୍ରକାର କଡ଼ା ଅ।ଭିମୁଖ୍ୟ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ପାଇଁ ସତର୍କ ଘଂଟି ସଦୃଶ ହୋଇଛି ।