

ଆଜି ଚିହ୍ନଟ ହୋଇଥିବା ୨୬୦ ଜଣଙ୍କ ମଧ୍ୟରୁ ୧୫୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୧ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୨ ଜଣ, ବରଗଡ଼ରୁ ୧୯ ଜଣ, ଭଦ୍ରକରୁ ୬, ବଲାଙ୍ଗୀରରୁ ୯ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗଜପତି ଜିଲ୍ଲାରୁ ୧୮ ଜଣ ଓ ଗଂଜାମ ଜିଲ୍ଲାର ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ୩, ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ କେନ୍ଦ୍ରାପଡ଼ାରୁ ୨ ଜଣ ଟିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ତଥା ମାଲକାନଗିରିର ୧-୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୨ ଜଣ ସଂକ୍ରମିତ ଚିହ୍ମଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସେହିପରି ନୂଆପଡ଼ାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୯ ଜଣ ଓ ରାୟଗଡା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୩, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୮ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ କରିଥିବା ବେଳେ ୭୯୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୫,୯୨,୭୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।