
ନୂଆଦିଲ୍ଲୀ-ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125ତମ ଜୟନ୍ତୀକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଏଥିପାଇଁ ଏକ ଗେଜେଟ ବିଜ୍ଞପ୍ତି ଜାରି କରାଯାଇଛି ।
2021 ଜାନୁଆରୀ 23ରୁ ଆରମ୍ଭ ହେବାକୁ ଯାଉଥିବା ଏକବର୍ଷ ବ୍ୟାପୀ ଉକ୍ତ ସ୍ମାରକୀ କାର୍ଯ୍ୟକ୍ରମ ବାବଦରେ ଏହି ଉଚ୍ଚସ୍ତରୀୟ କମିଟି ନିଷ୍ପତ୍ତି ଗ୍ରହଣ କରିବ । ବିଶିଷ୍ଟ ନାଗରିକ, ଐତିହାସିକ, ଲେଖକ, ବିଶେଷଜ୍ଞ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରିବାର ସଦସ୍ୟ ଏବଂ ଆଜାଦ ହିନ୍ଦ ଫୌଜ (ଆଇଏନଏ) ସହ ଜଡ଼ିତ ବିଶିଷ୍ଟ ବ୍ୟକ୍ତିମାନେ ଏହି କମିଟିର ସଦସ୍ୟ ରହିଛନ୍ତି । ଏହି କମିଟି ଦିଲ୍ଲୀ, କୋଲକାତା ଓ ନେତାଜୀ ଏବଂ ଆଜାଦ ହିନ୍ଦ ଫୌଜ ସହ ଜଡ଼ିତ ଅନ୍ୟ ସ୍ଥାନଗୁଡ଼ିକରେ, ଉଭୟ ଭାରତ ଏବଂ ବିଦେଶରେ ସ୍ମରଣୀୟ କାର୍ଯ୍ୟକ୍ରମ ପାଇଁ ମାର୍ଗଦର୍ଶନ କରିବ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO