ଆଜି ଚିହ୍ନଟ ହୋଇଥିବା ୨୪୪ ଜଣଙ୍କ ମଧ୍ୟରୁ ୧୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୩୭ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୨୩ ଜଣ, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୯ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନ ଥିବା ବେଳେ କଟକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ଗଜପତି ଜିଲ୍ଲାରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ କେନ୍ଦ୍ରାପଡ଼ାରୁ ୫ ଜଣ ଟିହ୍ନଟ ହୋଇଛନ୍ତି । କେନ୍ଦୁଝରରୁ ୭ , ଖୋର୍ଦ୍ଧାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରିର ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ଓ ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସେହିପରି ନୂଆପଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୮ ଜଣ ଓ ରାୟଗଡା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪ , ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।