ଏଠାରେ ଉଲ୍ଲେଖ କରା ଯାଇ ପାରେ ଯେ ରାଜ୍ୟର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଟିକାକରଣକୁ ସୁପରିଚାଳନା କରିବା ପାଇଁ ରାଜ୍ୟ ସ୍ତରରେ ଷ୍ଟେଟ ମନିଟରିଂ ଟିମ୍ ଗଠନ ହୋଇଛି । ସେମାନେ ଜିଲ୍ଲା ସ୍ତରରେ ଯାଇ ମନିଟରିଂ କରିବେ । କୋଭିଡ ଟିକାକରଣ ପାଇଁ ଚଳିତ ମାସ ୧୭, ୧୮ ଓ ୧୯ ତାରିଖରେ ହେବାକୁ ଥିବା ପଲସ ପୋଲିଓ ଟିକାକରଣ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ କହିଛନ୍ତି ।