
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୩୭ କୁ ବୃଦ୍ଧି ପାଇଛି ।ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୫ ରହିଛି ।
ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୩୯୭ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର-ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୩୯୭ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସେମାନଙ୍କ ଠାରୁ ୨,୦୪୫୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ବେଳେ ୫ ଜଣଙ୍କର ଡ୍ରାଇଭିଂଗ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO