ଆଜି ଚିହ୍ନଟ ହୋଇଥିବା ୨୨୫ ଜଣଙ୍କ ମଧ୍ୟରୁ ୧୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରେ ସବୁଠାରୁ ଅଧିକ ୩୮ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୧୬ ଜଣ, ଭଦ୍ରକରୁ ୧, ବଲାଙ୍ଗୀରରୁ ୧୬ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୧,କଟକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ଗଜପତି ଜିଲ୍ଲାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ଜଗତସିଂହପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ କେନ୍ଦ୍ରାପଡ଼ାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କେନ୍ଦୁଝରରୁ ୧୧ , ଖୋର୍ଦ୍ଧାରୁ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଏ ମାଲକାନଗିରିରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ନୟାଗଡ ଜିଲ୍ଲାରୁ ୨. ନୂଆପଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୫ ଜଣ ଓ ରାୟଗଡା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୩ , ସୁନ୍ଦରଗଡ଼ରୁ ୩୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।
ଆଉ ୨ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୮୯୪ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।