
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୯୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୭୪,୪୮୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୧୫୧ ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ କରୋନାର ୭୫୧ ନୂଆ ମାମଲା
ବେଙ୍ଗାଲୁରୁ, କର୍ଣାଟକରେ କରୋନାର ୭୫୧ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୯,୨୮,୮୦୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୧୪୯ ଜଣଙ୍କର ମୃତ୍ୟୁ ଘଟିଛି ।