ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ତଥା କଥା ସମ୍ରାଟ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ସାହିତ୍ୟକୁ ଋଦ୍ଧିମନ୍ତ କରୁଥିବା ‘ରେବତୀ’, ”ଛ’ ମାଣ ଆଠ ଗୁଣ୍ଠ’, ‘ଡାକ ମୁନସୀ’ ଭଳି କାଳଜୟୀ ରଚନା ସହ ଓଡ଼ିଆ ଭାଷା ଓ ସାହିତ୍ୟର ସୁରକ୍ଷା ଦିଗରେ ତାଙ୍କ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ।
ଫକୀର ମୋହନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର – କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର ଗାନ୍ତକାରୀ ସ୍ରଷ୍ଟା ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।