ଭୁବନେଶ୍ୱର– ଭୁବନେଶ୍ୱରର ବିଭିନ୍ନ ବସ୍ତି, ରେଳଷ୍ଟେସନ, ବସଷ୍ଟାଣ୍ଡ, ମନ୍ଦିର ପାର୍ଶ୍ୱବର୍ତ୍ତୀ ଅଂଚଳ, ବଜାରରେ ଭୋକିଲା ରହୁଥିବା ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କିଛି ଦିନ ତଳେ ଏକ ଟ୍ରଷ୍ଟ ଅନ୍ନପୂର୍ଣ୍ଣାକୁ ଲୋକାର୍ପିତ କରିଥିଲେ । ତେବେ ଏହି ଯୋଜନାରେ ମାଗଣାରେ ନୁହେଁ ବରଂ ଖାଦ୍ୟ ଖାଇବା ପାଇଁ ୧ଟଙ୍କା ଦେବାକୁ ହେବ ବୋଲି ସୂଚନା ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ ।
ଭୁବନେଶ୍ୱର ମହାନଗର ନିଗମର ଏହାକୁ ନେଇ ଏକ ବିଜ୍ଞପ୍ତି ପରେ ଅପରାଜିତା ଷଡଙ୍ଗୀ ଏହି ସୂଚନା ଦେଇଛନ୍ତି ।
ଉଲ୍ଲେଖନୀୟ ଯେ ବିଏମସିର ବିଜ୍ଞପ୍ତି ଅନୁଯାୟୀ, ରାସ୍ତାକଡ ଲୋକଙ୍କୁ ଖାଦ୍ୟ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ନ ବାଂଟି ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ପରିଚାଳିତ ହେଉଥିବା ଆଶ୍ରୟସ୍ଥଳରେ ବାଂଟନ୍ତୁ । ବିଏମସିର ଅନୁମତି ନେଇ ସଂସ୍ଥା କିମ୍ବା ବ୍ୟକ୍ତି ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ବାଂଟି ପାରିବେ ବୋଲି କୁହାଯାଇଛି । ଏପରି ନକଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏଥିରେ କୁହା ଯାଇଥିଲା