ଆଜି ଚିହ୍ନଟ ହୋଇଥିବା ୨୧୦ ଜଣଙ୍କ ମଧ୍ୟରୁ ୧୨୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରେ ସବୁଠାରୁ ଅଧିକ ୩୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୨, ବଲାଙ୍ଗୀରରୁ ୭ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ୨, ଗଜପତି ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ଜଗତସିଂହପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନଥିବା ବେଳେ କେନ୍ଦ୍ରାପଡ଼ାରୁ ୨ ଜଣ. କେନ୍ଦୁଝରରୁ ୧ , ଖୋର୍ଦ୍ଧାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରିରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୦ ଜଣ ଓ ରାୟଗଡା ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ , ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।