

ଆଜି ଚିହ୍ନଟ ହୋଇଥିବା ୨୨୨ ଜଣଙ୍କ ମଧ୍ୟରୁ ୧୨୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୨୮ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୭ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୫, ବଲାଙ୍ଗୀରରୁ ୩ ଜଣ ରହିଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଜଗତସିଂହପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନଥିବା ବେଳେ କେନ୍ଦୁଝରରୁ ୫ , ଖୋର୍ଦ୍ଧାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ନୟାଗଡ ଜିଲ୍ଲାରୁ ୮, ନୂଆପଡ଼ାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୫ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୫ , ସୁନ୍ଦରଗଡ଼ରୁ ୨୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।