ଆଜି ଚିହ୍ନଟ ହୋଇଥିବା ୧୮୬ ଜଣଙ୍କ ମଧ୍ୟରୁ ୧୦୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୫ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି , ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନଥିବା ବେଳେ ଓ କେନ୍ଦ୍ରାପଡାରୁ ୩, କେନ୍ଦୁଝରରୁ ୨ , ଖୋର୍ଦ୍ଧାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୪ ଜଣ ଓ ରାୟଗଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪ , ସୁନ୍ଦରଗଡ଼ରୁ ୩୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।