
ଭୁବନେଶ୍ୱର– ଲୋକ ମାନଙ୍କର ଆବଶ୍ୟକତାକୁ ଆଖି ଆଗରେ ରଖି କାମ କଲେ ବ୍ରାଣ୍ଡ ସୃଷ୍ଟି ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏକ ସମ୍ବାଦପତ୍ର ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଛନ୍ତି ।
ସେ କହିଛନ୍ତି ଯେ ରାଜ୍ୟ ସରକାର ଶିଳ୍ପ ସହଯୋଗ ପଲିସି, ତ୍ୱରିତ କ୍ଲିଅରାନ୍ସ ପାଇଁ ପଦକ୍ଷେପ ନେଇଛନ୍ତି । କରୋନା ସମୟରେ ବି ରାଜ୍ୟକୁ ୧.୨୫ ଲକ୍ଷ କୋଟି ର ନିବେଶ ଆସିଛି ।
ସେ କହିଛନ୍ତି ଯେ ଆମର ଷ୍ଟାର୍ଟ ଅପ୍ ପଲିସି ଦେଶର ଶ୍ରେଷ୍ଠ ପଲିସି ଭାବେ ପରିଗଣିତ । ବିଭିନ୍ନ ସେକ୍ଟରରେ ଥିବା ସୁଯୋଗ ଯୁବକମାନେ ନେବା ଜରୁରୀ ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ‘ଓୟୋ’ର ପ୍ରତିଷ୍ଠାତା ଓଡ଼ିଆ ଯୁବକ ରିତେଶଙ୍କ କଥା ଉଲ୍ଲେଖ କରି କହିଛନ୍ତି ଯେ ରିତେଶ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ ପାଇଁ ନୂଆ ବ୍ୟବସ୍ଥା ସୃଷ୍ଟି କରିଛନ୍ତି । ରାଜ୍ୟରେ ବ୍ୟବସାୟର ଉନ୍ନତି ପାଇଁ ସରକାର ନିରନ୍ତର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO