ନୂଆଦିଲ୍ଲୀ – ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୫,୧୫୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୭୫ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୪୨,୮୪୧ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୧୧,୦୩୩ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୨,୦୯୩ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୦୩,୦୯୦ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୦୩,୦୯୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୮,୫୭,୬୫,୪୯୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା