ନବରଙ୍ଗପୁର– ନବରଙ୍ଗପୁର ଜିଲ୍ଲା ଝରିଗାଁ ବିଡ଼ିଓ ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ଓ ଝରିଗାଁ ବ୍ଲକ୍ କନିଷ୍ଠ ଯନ୍ତ୍ରୀ (ଜେଇ) ସୁନିଲ ସାମଲଙ୍କୁ ନିଲମ୍ବନ କରାଯାଇଛି । ପଚାଂୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଉଭୟଙ୍କୁ ନିଲମ୍ବନ କରାଯାଇଛି । ସ୍ୱଚ୍ଛ ଭାରତ ମିଶନରେ ପାଇଖାନା ନିର୍ମାଣରେ କୋଟି କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ଉଭୟଙ୍କ ବିରୋଧରେ ବିଭାଗ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।