
ଗଞ୍ଜାମ– ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ କଣଛାଇ ଗ୍ରାମରେ ଆଜି ସକାଳେ ଏକ ପଥର ବୋଝେଇ ଟ୍ରକ୍ ଓଲଟି ପଡିବା ଫଳରେ ଜଣକର ମୃତ୍ୟୁ ଘଟିବା ସହ ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତରଙ୍କୁ ପୋଲସରା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରିଛି । ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ତେବେ ମୃତାହତଙ୍କ ପରିଚୟ ଅଦ୍ୟାବଧି ହସ୍ତଗତ ହୋଇନାହିଁ ।