
ଭୁବନେଶ୍ୱର, କୋବିଡକୁ ନେଇ ଟୀକାକରଣ ଅଭିଯାନ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ଟିକାକରଣର ସମ୍ପର୍କରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କ ସହ କଥାବାର୍ତା ହୋଇ ଏ ସମ୍ପର୍କରେ ପଚାରି ବୁଝିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଫିଡବ୍ୟାକ୍ ନେବା ସମୟରେ ବ୍ରହ୍ମପୁର ସିଟି ହସ୍ପିଟାଲର ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ଏହାଛଡ଼ା ସେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀ ଏବଂ କ୍ୟାପିଟାଲ ହସ୍ପିଟାଲର ନର୍ସଙ୍କ ସହ କଥା ହୋଇଥିବା ଜଣା ପଡିଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଭିଡ୍ ଟିକାକରଣ ଲାଗି ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କର ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି,‘ ରାଜ୍ୟରେ କୋଭିଡ୍ ଟିକାକରଣ ଆରମ୍ଭ ହୋଇଛି । ଗତ ୧୦ ମାସ ହେଲା କୋଭିଡ୍ ଯୋଦ୍ଧାମାନେ ସଂଗ୍ରାମ ଜାରି ରଖିଛନ୍ତି । ଆପଣଙ୍କ ତ୍ୟାଗ ଓ ସେବାକୁ ଆମେ ଭୁଲି ପାରିବୁନି । ସମସ୍ତଙ୍କ ସୁସ୍ଥତା କାମନା କରୁଛି ।’
ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସ୍ୱାଗତ ଭାଷଣ ଦେଇଥିଲେ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO