-
କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କୁ ଦିଆଗଲା ପ୍ରଥମ ଟିକା

ଭୁବନେଶ୍ୱର– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦବୋଧନ ପରେ କରୋନାକୁ ନେଇ ରାଜ୍ୟରେ ଟୀକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ୧୧.୦୫ ମିନିଟରେ କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଟୀକା ଦିଆ ଯାଇଥିବା ବେଳେ ଦ୍ୱିତୀୟରେ ଡାକ୍ତରଖାନାର ନିର୍ଦେଶକ ଓ ଏହା ପରେ ଜଣେ ଡାକ୍ତରଙ୍କୁ ଟୀକା ଦିଆ ଯାଇଥିବା ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ(ସ୍ୱାସ୍ଥ୍ୟ ବିଭାଗ) ପ୍ରଦୀପ୍ତ ମହାପାତ୍ର ।
ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି ଯେ କରୋନା ବିରୁଦ୍ଧରେ ଲଢେଇ ଚୂଡାନ୍ତ ପର୍ଯ୍ୟାୟରେ ପହଂଚିଛି । ଆଜି ରାଜ୍ୟରେ ୧୬୧ ଟି କେନ୍ଦ୍ରରେ ୧୦୦ ଜଣ ଲେଖାଏ ୧୬୧୦୦ ଜଣଙ୍କୁ ଟୀକା ଦିଆ ଯିବା । ଆସନ୍ତା କାଲି ଟୀକାକରଣ କରା ଯିବ ନାହିଁ । ଆଗାମୀ ୨୫ ତାରିଖ ସୁଦ୍ଧା ୩.୨୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଜଣାପଡ଼ିଛି । ଶୀଘ୍ର ଦ୍ୱିତୀୟ ପର୍ଯ୍ୟାୟ ଟୀକା ଆସିବ । ହେଲେ ଏହି ଟୀକା କେବେ ଆସିବ ସେ ନେଇ କୌଣସି ସୂଚନା ଦିଆ ଯାଇ ନାହିଁ ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO