ଆଜି ଚିହ୍ନଟ ହୋଇଥିବା ୧୭୮ ଜଣଙ୍କ ମଧ୍ୟରୁ ୧୦୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୭ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୪ ତଥା ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ୧ ଓ ମାଲକାନଗିରିର ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୯ ଜଣ ଓ ରାୟଗଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ , ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।