ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୧୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୮୪,୭୬୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୩୩୬ ଜଣ ମୃତ୍ୟୁବରଣ କରିଛନ୍ତି ।
ମିଜୋରାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୩୧୪ ହେଲା
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୪ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୩୧୪ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ ହୋଇଛି ।