ଆଜି ଚିହ୍ନଟ ହୋଇଥିବା ୧୮୩ ଜଣଙ୍କ ମଧ୍ୟରୁ ୧୦୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୨୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୧ତଥା ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ ୧ , କେନ୍ଦ୍ରାପଡାରୁ ୪ ତଥା କେନ୍ଦୁଝର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ାରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୩ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୬ ଜଣ ଚିହ୍ନଟ ହୋଇଛନ୍ତି ।