ଆଜି ଚିହ୍ନଟ ହୋଇଥିବା ୧୩୪ ଜଣଙ୍କ ମଧ୍ୟରୁ ୭୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦଋଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୫ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ ୧, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡାରୁ ୧ ତଥା କେନ୍ଦୁଝର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୬ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ସୁନ୍ଦରଗଡ଼ରୁ ୨୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।