ଭୁବନେଶ୍ୱର– ଶ୍ରମିକ ନେତା ଲଳିତ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଲୋକଙ୍କ କଲ୍ୟାଣ ସହ ରକ୍ତଦାନ କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।