
ଭୁବନେଶ୍ୱର– ଶ୍ରମିକ ନେତା ଲଳିତ ନାୟକଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ଶ୍ରମିକ ନେତା ସମାଜସେବୀ ଲଳିତ କୁମାର ନାୟକଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।