ଭୁବନେଶ୍ୱର– ଶ୍ରମିକ ନେତା ଲଳିତ ନାୟକଙ୍କ ବିୟୋଗରେ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ଅମର ଆତ୍ମାର ସଦଗତି କାମନା କରୁଛି । ଓମ୍ ଶାନ୍ତି