ଆଜି ଚିହ୍ନଟ ହୋଇଥିବା ୧୨୨ ଜଣଙ୍କ ମଧ୍ୟରୁ ୭୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦଋଗଡ ଜିଲ୍ଲାରେ ସବୁଠାରୁ ଅଧିକ ୨୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧ ଜଣ, ବରଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୫ ଓ ବଲାଙ୍ଗୀରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ କଟକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୧ , ଢେଙ୍କାନାଳରୁ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ ୧, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ସେହିପରି କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁର ଓ ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ନୂଆପଡ଼ାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୭ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ଆଉ ୧ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୯୦୨ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୦୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତ ବରଗଡ ଜିଲ୍ଲାର ବୋଲି ଜଣା ପଡିଛି ।