ଆଜି ଚିହ୍ନଟ ହୋଇଥିବା ୧୫୭ ଜଣଙ୍କ ମଧ୍ୟରୁ ୯୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦଋଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୨ ଜଣ, ବରଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୧ ଓ ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨. ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ ୪, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୨ ଓ କନ୍ଧମାଳରୁ ୧ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ସେହିପରି କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୮ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ତଥା ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ନୂଆପଡ଼ାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୭ ଜଣ ଓ ରାୟଗଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।