
ଭୁବନେଶ୍ୱର, ବର୍ଷୀୟାନ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦ୍ଘାତରେ ପରଲୋକ ହୋଇଥିବା ଜଣା ପଡିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ଶୋକର ଛାୟା ଖେଳି ଯାଇଛି । ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ତାଙ୍କର ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ଦିନ ସୁଟିଂ କରୁଥିବା ସମୟରେ ସୁଟିଂ ସେଟରେ ତାଙ୍କୁ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରା ଯାଇଥିଲା ।