ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ଅଭିନେତା ରବି ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନିଜ ନିଖୁଣ ଅଭିନୟ ଦ୍ୱାରା ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ଓ ଧାରାବାହିକରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।