ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୨୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୯୪,୯୭୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୫୨୩ ଜଣ ମୃତ୍ୟୁବରଣ କରିଛନ୍ତି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧୭୯ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୬,୨୪୫ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୪୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଝାରଖଣ୍ଡରେ କରୋନାର ୧୦୧ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୦୧ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୭,୮୮୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୫୭ ଜଣଙ୍କର ମୃତ୍ୟୁ ଘଟିଛି ।