
ଭୁବନେଶ୍ୱର– ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୂ ଘଟିଛି । ଏହା ସହ ରାଜ୍ୟରେ ମୋଟ ମୃତ୍ୟୁବରଣ କରିଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯୦୩ ହୋଇଛି । ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ କଟକ ଜିଲ୍ଲାର ।
ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୭ ଗିରଫ
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୭ ଜଣଙ୍କୁ ଗିରଫ କରିଥିବା ବେଳେ ୯୫୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୩୧,୨୩,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।