ଆଜି ଚିହ୍ନଟ ହୋଇଥିବା ୧୪୩ ଜଣଙ୍କ ମଧ୍ୟରୁ ୮୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ପୁରୀ ଜିଲ୍ଲାରେ ସବୁଠାରୁ ଅଧିକ ୨୩ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧. ଗଂଜାମ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଜଗତସିଂହପୁରରୁ ୪, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୨ ଓ କନ୍ଧମାଳରୁ କେହି ସଂକ୍ରମିତ ଚିହ୍ନଟ ଛନ୍ତିି । ଖୋର୍ଦ୍ଧାରୁ ୯ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ତଥା ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ନୂଆପଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୨୩ ଜଣ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।