ମିଜୋରାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୩୪୬ ହେଲା
ଆଇଜଲ,ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୧୨ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୩୪୬ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୫୦୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୩୩,୫୭୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୧୮୫ ଜଣଙ୍କର ମୃତ୍ୟୁ ଘଟିଛି ।